ଓଡ଼ିଶାଲାଇଭ୍ ବ୍ୟୁରୋ

  • ଜିଲ୍ଲାପାଳଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ
  • ଅଣ ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୬ ହଜାର ୮୦୦ ଟଙ୍କା
  • ଜଳସେଚିତ ଜମି ପାଇଁ ୧୩ ହଜାର ୫୦୦ ଟଙ୍କା
  • ସବୁ ଦିନିଆ ଫସଲ ପାଇଁ ୧୮ ହଜାର ଟଙ୍କା
  • ଡାଲି ଓ ତୈଳ ଜାତୀୟ ଫସଲ ପାଇଁ ୫୦ ହଜାର ମିନି କିଟ୍‌
  • ଚାଷୀଙ୍କୁ ୧୦ ହଜାର ପରିବା ମିନି କିଟ୍‌

ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବିତ ଅଞ୍ଚଳ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରୁ ପରିଦର୍ଶନ କରିବା ପରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ସମୀକ୍ଷା ବୈଠକ କରିଥିଲେ। ୬ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା କରିବା ପରେ ପ୍ୟାକେଜ୍‌ ଘୋଷଣା କରିଥିଲେ।

ଅଣ ଜଳସେଚିତ ଜମିରେ ୩୩ ପ୍ରତିଶତରୁ ଅଧିକ କ୍ଷତି ହୋଇଥିଲେ ଏହି ସହାୟତା ମିଳିବ।

କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ହେକ୍ଟର ପିଛା ୬ ହଜାର ୮୦୦ ଟଙ୍କାର ଇନ୍‌ପୁଟ୍‌ ସବ୍‌ସିଡ୍‌ ମିଳିବ। ସେହିପରି ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୧୩ ହଜାର ୫୦୦ ଟଙ୍କାର ସହାୟତା ମିଳିବ।

ସବୁ ଦିନିଆ ଫସଲ ପାଇଁ ହେକ୍ଟର ପିଛା ୧୮ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ୨୦୧୯-୨୦ ରି ଫସଲ ପାଇଁ କ୍ଷତିଗ୍ରସ୍ତ ଚାଷୀଙ୍କୁ ବିହନ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଡାଲି ଓ ତୈଳ ଜାତୀୟ ଫସଲ ପାଇଁ ୫୦ ହଜାର ମିନି କିଟ୍‌ ମିଳିବ। କ୍ଷତିଗ୍ରସ୍ତ ଚାଷୀଙ୍କୁ ୫୦ ପ୍ରତିଶତ ରିହାତିରେ ୩ ହଜାର ସ୍ପ୍ରେୟର ଦିଆଯିବ। ସେହିପରି ଚାଷୀଙ୍କୁ ୧୦ ହଜାର ପରିବା ମିନି କିଟ୍‌ ମିଳିବ।

୮ ତାରିଖରେ ବାତ୍ୟା ‘ବୁଲ୍‌ବୁଲ୍‌’ ପଶ୍ଚିମବଙ୍ଗ ଓ ବାଂଲାଦେଶ ମଝିରେ ଲ୍ୟାଣ୍ଡଫଲ୍‌ କରିଥିଲା। ଏହାର ପ୍ରଭାବରେ ଓଡ଼ିଶାର ୬ଟି ଜିଲ୍ଲା କ୍ଷତିଗ୍ରସ୍ତ ହୋଇଛି। କେଉଁ ଅଞ୍ଚଳରେ କେତେ କ୍ଷୟକ୍ଷତି ହୋଇଛି ତାର ରିପୋର୍ଟ ୧୮ ତାରିଖ ସୁଦ୍ଧା ଦେବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here