ଓଡ଼ିଶାଲାଇଭ୍ ବ୍ୟୁରୋ

କେନ୍ଦ୍ର ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଶିବସେନା ସାଂସଦ ଅରବିନ୍ଦ ସାୱନ୍ତ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରି ସେ ନିଜ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି।

ଇସ୍ତଫା ଦେବା ପୂର୍ବରୁ ଅରବିନ୍ଦ ନିଜେ ଟୁଇଟ୍ କରି ଏହାର ସୂଚନା ଦେଇଥିଲେ। ଅରବିନ୍ଦ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ଭାରୀଶିଳ୍ପ ଓ ସାଧାରଣ ଉଦ୍ୟୋଗ ବିଭାଗର ମନ୍ତ୍ରୀ ଥିଲେ।

ରବିବାର ମହାରାଷ୍ଟ୍ରରେ ବିଜେପି ସରକାର ଗଠନ କରିବାକୁ ରାଜ୍ୟପାଳଙ୍କୁ ମନା କରିଦେଇଥିଲା। ଏହାପରେ ରାଜ୍ୟପାଳ ଶିବସେନାକୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରିଛନ୍ତି। ଶିବସେନା ଏନସିପି-କଂଗ୍ରେସ ମେଣ୍ଟ ସହ ମିଶି ସରକାର ଗଠନ କରିବ ବୋଲି ଚର୍ଚ୍ଚା ହେଉଛି। ଏହା ପୂର୍ବରୁ ଅରବିନ୍ଦଙ୍କ ଇସ୍ତଫା ଦେବା ରାଜ୍ୟ ରାଜନୀତିକୁ ଆହୁରି ସରଗରମ କରିଛି।

Comment