ଓଡ଼ିଶାଲାଇଭ୍ ବ୍ୟୁରୋ

ବୁଧବାରଠୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ପ୍ରଥମ ଦିନରେ ଦିବଙ୍ଗତ ବିଧାୟକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହେବ। ଏହାସହ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍‌ ଆଗତ ହେବ।

୩ ଜଣ ପୂର୍ବତନ ବିଧାୟକ ଏବଂ ଜଣେ ସହିଦ ପୋଲିସ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଶୋକ ପ୍ରସ୍ତାବ ଆସିବ। ପୂର୍ବତନ ବିଧାୟକ ସହୁରା ମଲ୍ଲିକ, ଉଦିତ୍‌ ପ୍ରତାପ ଦେଓ, ବୃନ୍ଦାବାନ ପାତ୍ରଙ୍କ ସମେତ ଓଡ଼ିଶା ପୋଲିସର ସଶସ୍ତ୍ର ଯବାନ ଜୟରାମ କବାସିଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆସିବ।

ଏହାସହ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ବିଜେଡି ଏବଂ ବିଜେପି ବିଧାୟକ ଦଳ ବୈଠକ ବସିବ।

Comment