ଓଡ଼ିଶାଲାଇଭ୍‌ ବ୍ୟୁରୋ

ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ାରେ ଥିବା ଚିଙ୍ଗୁଡ଼ି ପ୍ରୋସେସିଂ ଫ୍ୟାକ୍ଟ୍ରିରେ ଘଟିଛି ଅଭାବନୀୟ ଘଟଣା। ଫ୍ୟାକ୍ଟ୍ରିରେ ଗ୍ୟାସ୍‌ ଲିକ୍‌ ହୋଇ ୬୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ସ୍ଥାନୀୟ ଖନ୍ତାପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୪୦ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।

ବୁଧବାର ରାତି ପ୍ରାୟ ସାଢ଼େ ୮ଟାରେ ଘଟିଥିଲା ଏହି ଅଘଟଣ। ଗ୍ୟାସ୍ ଲିକ୍‌ ଯୋଗୁଁ ଫ୍ୟାକ୍ଟ୍ରିରେ କାମ କରୁଥିବା କର୍ମଚାରୀମାନେ ଅଣନିଃଶ୍ୱାସୀ ହୋଇପଡ଼ିଥିଲେ। ଏହାପରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା।

ତେବେ ଗ୍ୟାସ୍‌ କେମିତି ଲିକ୍‌ ହେଲା ସେ ବିଷୟରେ କୌଣସି ସୂଚନା ମିଳିପାରିନାହିଁ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି। ଅନ୍ୟପଟେ ଫ୍ୟାକ୍ଟ୍ରି କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।

Comment