ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜିର ଶିଶୁ ଆସନ୍ତାକାଲିର ନାଗରିକ। ଦେଶ ନିର୍ମାଣରେ ଶିଶୁର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି।ଏହି କଥାକୁ ମର୍ମେ ମର୍ମେ ହୃଦୟଙ୍ଗମ କରିଥିଲେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ।

ଛୋଟ ପିଲାଙ୍କୁ ଅଜସ୍ର ସ୍ନେହ କରୁଥିଲେ ସେ। ସେଥିପାଇଁ ପିଲାମାନେ ତାଙ୍କୁ ଚାଚା ନେହେରୁ ବୋଲି ଡାକୁଥିଲେ। ଆଜି ସେହି ମହାନ ବ୍ୟକ୍ତିଙ୍କର ଜନ୍ମଦିନକୁ ସାରାଦେଶ ଶିଶୁ ଦିବସ ଭାବେ ପାଳନ କରୁଛି।

ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ଲାହାବାଦ ବର୍ତ୍ତମାନର ପ୍ରୟାଗରାଜ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା। ସେ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ।

ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ, କେମ୍ବ୍ରିଜରେ ସାରିଥିଲେ। ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ। ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍‌ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା

Comment