ଓଡ଼ିଶାଲାଇଭ୍‌ ବ୍ୟୁରୋ

ଭଦ୍ରକ ଜିଲ୍ଲା ପ୍ରସିଦ୍ଧ ଆରଡ଼ି ଆଖଣ୍ଡଳମଣି ମନ୍ଦିରରେ ଅଗ୍ନିକାଣ୍ଡ ଘଟିଛି। ମନ୍ଦିରର ଭଣ୍ଡାର ଘରେ ନିଆଁ ଲାଗିବା ଯୋଗୁଁ ବିଭିନ୍ନ ପୂଜା ସାମଗ୍ରୀ ଜଳି ନଷ୍ଟ ହୋଇଯାଇଛି। ପରେ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

ଗୁରୁବାର ରାତି ୧୧ଟାରେ ସମସ୍ତ ସେବା ପୂରଣ କରି ସେବାୟତ ମନ୍ଦିରରୁ ପଳେଇଥିଲେ। ପରେ ରାତି ପ୍ରାୟ ୧ଟା ବେଳେ କିଛି ଲୋକ ମନ୍ଦିର ଭିତରୁ ଧୁଆଁ ବାହାରୁଥିବାର ଦେଖିଥିଲେ। ଲୋକମାନେ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀଙ୍କୁ ଖବର ଦେଇଥିଲେ।

ଘଟଣାସ୍ଥଳରେ ଧାମନଗର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏଥିରେ ମନ୍ଦିରର ଅନେକ ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି। ହେଲେ ନିଆଁ କିପରି ଲାଗିଲା ତାହା ସ୍ପଷ୍ଟ ହୋଇନାହିଁ।

Comment