ଓଡ଼ିଶାଲାଇଭ୍‌ ବ୍ୟୁରୋ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ପଇତାଲାଗି’ ନୀତି ପାଇଁ ପାଖାପାଖି ୪ ଘଣ୍ଟା ଧରି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ।

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ପଇତାଲାଗି’ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସେମବାର ଅପରାହ୍‌ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଏହି ସମୟ ମଧ୍ୟରେ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ। ଦଇତାପତି ସେବକମାନେ ଶ୍ରୀଜୀଉଙ୍କ ପୂଜା କରିବାକୁ ଥିବାବେଳେ ଭକ୍ତମାନଙ୍କୁ ମନ୍ଦିର ମଧ୍ୟକୁ ପ୍ରବେଶ ଅନୁମତି ମିଳିବ ନାହିଁ।

Comment