ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ୧୯ଟି ନଦୀ ପ୍ରଦୂଷିତ। ବିଧାନସଭାରେ ଏହା କହିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ। ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଅଣତାରକା ଚିହ୍ନିତ ପ୍ରଶ୍ନରେ ଏହା କହିଛନ୍ତି ମନ୍ତ୍ରୀ। ବିଭିନ୍ନ ଶିଳ୍ପ ସଂସ୍ଥା ଏବଂ ସହରରୁ ନିର୍ଗତ ହେଉଥିବା ଆବର୍ଜନା ନଦୀରେ ମିଶୁ ଥିବାରୁ ନଦୀ ଜଳ ପ୍ରଦୂଷିତ ହେଉଛି।

ନଦୀ ଜଳକୁ ପ୍ରଦୂଷଣମୁକ୍ତ କରିବା ପାଇଁ ଭୁବନେଶ୍ୱର, କଟକ, ସମ୍ବଲପୁର, ତାଳଚେର ଓ ରାଉରକେଲା ସହରରେ ସିୱେଜ୍‌ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ନିର୍ମାଣ କରାଯାଉଛି। ସେହିପରି ଭୁବନେଶ୍ୱର, ବାରିପଦା, ବ୍ରହ୍ମପୁର, ସମ୍ବଲପୁର, ପୁରୀ, ରାଉରକେଲାରେ ସେପଟେଜ୍‌ ଟ୍ରିଟମେଣ୍ଟ ପ୍ଲାଣ୍ଟ କାର୍ଯ୍ୟକ୍ଷମ କରାଯାଉଛି।

କଟକ ଓ ବାଲେଶ୍ୱରରେ ସେପଟେଜ୍‌ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ନିର୍ମାଣ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ୨୯ଟି ସହରରେ ପ୍ଲାଣ୍ଟ ନିର୍ମାଣ ପାଇଁ ଟେଣ୍ଡର ପ୍ରକ୍ରିୟା ଚାଲିଛି। ସେହିପରି ୧୧୪ଟି ସହରରେ ସେପଟେଜ୍‌ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ନିର୍ମାଣ ପାଇଁ ପଦକ୍ଷେପ ନିଆଯାଉଛି।

Comment