ଓଡ଼ିଶାଲାଇଭ୍‌ ବ୍ୟୁରୋ

ଢାବାରୁ ମିଳିଲା ଜଣେ ଅଚିହ୍ନା ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ। ଏପରି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅନ୍ତର୍ଗତ ଗୋବିନ୍ଦପୁର ଅଞ୍ଚଳରେ। ମୃତ ଯୁବକଙ୍କ ପରିଚୟ ମିଳି ପାରିନାହିଁ। ଏହି ଘଟଣା ପରେ ଗଞ୍ଜାମ ଜିଲ୍ଲାରେ ଚାଞ୍ଚଲ୍ୟ ଖେଳିଯାଇଛି।

ବ୍ରହ୍ମପୁର ସହର ଉପକଣ୍ଠ ଗୋବିନ୍ଦପୁର ନିକଟ ଶ୍ୟାମା ଢାବାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ମୁଣ୍ଡ ଓ କାନରୁ ରକ୍ତ ବାହାରୁଛି। ତେବେ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comment