ଓଡ଼ିଶାଲାଇଭ୍ ବ୍ୟୁରୋ

ଡିସେମ୍ବର ୮ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏହି ଗସ୍ତ ବେଳେ ସେ ବରୁଣେଇଠାରେ ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କରିବା ସହ ଉତ୍କଳ ବିଶ୍ୱବିଦ୍ୟାଳୟର ଏକ ସ୍ୱତନ୍ତ୍ର ଉତ୍ସବରେ ସାମିଲ ହେବେ। ରାଷ୍ଟପ୍ରତି ହେବା ପରେ ଏହା ଶ୍ରୀ କୋବିନ୍ଦଙ୍କର ତୃତୀୟ ଓଡ଼ିଶା ଗସ୍ତ।

ଉତ୍କଳ ବିଶ୍ୱବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗଦେବା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସମେତ ରାଜ୍ୟପାଳ ପ୍ରଫେସର୍‌ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହିବେ।

Comment