ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବଢ଼ିବ ଶୀତ। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାର କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆଜିଠୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଥଣ୍ଡା ବଢ଼ିବା ସହ ଉଭୟ ଦିନ ଓ ରାତିର ତାପମାତ୍ରା କମିବ। ରାଜ୍ୟକୁ ଉତ୍ତରା ଥଣ୍ଡା ପବନ ବହିବ।

ପାଣିପାଗ ବିଭାଗ କହିବା ଅନୁଯାୟୀ, ଭୁବନେଶ୍ୱର ସମେତ ଦକ୍ଷିଣ ଉପକୂଳରେ ପାରଦ ୨ ଡିଗ୍ରୀ କମିବ। ୫ ତାରିଖରେ ଦିନର ତାପମାତ୍ରା ୧.୫ ଡିଗ୍ରୀ କମିବ। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଓ କେନ୍ଦୁଝର ଜିଲ୍ଲାର ଉତ୍ତରାଞ୍ଚଳରେ କୁହୁଡ଼ି ସହ ଶିଶିରପାତ ହେବାର ସମ୍ଭାବନା ଅଧିକ ରହିଛି। ଆସନ୍ତା ୫ ଦିନ ମଧ୍ୟରେ ପୂର୍ବ ଭାରତରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ପଶ୍ଚିମ ରାଜସ୍ଥାନ, ଉତ୍ତର ପ୍ରଦେଶ, ବିହାର, ଝାଡ଼ଖଣ୍ତ, ପଶ୍ଚିମବଙ୍ଗର ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here