ଓଡ଼ିଶାଲାଇଭ୍‌ ବ୍ୟୁରୋ

President Ram Nath Kovind Bhubaneswar

ଦୁଇ ଦିନିଆ ଓଡ଼ିଶା ଗସ୍ତ ସାରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦିଲ୍ଲୀ ଫେରିଛନ୍ତି। ରବିବାର ସନ୍ଧ୍ୟା ୫ଟା ୨୦ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ରାଷ୍ଟ୍ରପତି ଦିଲ୍ଲୀ ଫେରିଛନ୍ତି। ଫେରିବା ସମୟରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା କରିଥିଲେ।

ଏହି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଖୋର୍ଦ୍ଧା ବରୁଣେଇଠାରେ ପାଇକ ବିଦ୍ରୋହ ସ୍ମାରକୀ ପ୍ରତିଷ୍ଠା କରିଥିଲେ। ଏହାସହିତ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବୁଲର ଉଦ୍‌ଯାପନୀ ଉତ୍ସବରେ ରାଷ୍ଟ୍ରପତି ଯୋଗଦେଇଥିଲେ।

Comment