ଓଡ଼ିଶାଲାଇଭ୍ ବ୍ୟୁରୋ

୧୪ ତାରିଖ ଯାଏଁ ରାଜ୍ୟରେ ପାଗ ଶୁଖିଲା ରହିବ। ୭ଟି ଜିଲ୍ଲାରେ ଘନକୁହୁଡ଼ି ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। କଟକ, ପୁରୀ, ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନକୁହୁଡ଼ି ହୋଇପାରେ।

ଉପକୂଳ ଓଡ଼ିଶାରେ ତାପମାତ୍ରା ୩ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ବୋଲି ପୂର୍ବାନୁମାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସହରର ରାତିର ତାପମାତ୍ରା ବୃଦ୍ଧି ପାଇଛି। ଫୁଲବାଣୀରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଦାରିଙ୍ଗିବାଡ଼ିରେ ୧୦.୫ ଡିଗ୍ରୀ, ସୁନ୍ଦରଗଡ଼ରେ ୧୨.୫, ଟିଟିଲାଗଡ଼ରେ ୧୨.୬, କୋରାପୁଟରେ ୧୩ ଡିଗ୍ରୀ ରେକର୍ଡ କରାଯାଇଛି।

Comment