ଓଡ଼ିଶାଲାଇଭ୍‌ ବ୍ୟୁରୋ

ଜୟପୁର-କୋରାପୁଟ ଘାଟି ଜାତୀୟ ରାଜପଥ ୨୬ରେ ଏକ ପେଟ୍ରୋଲ ବୋଝେଇ ଟ୍ୟାଙ୍କର ଓଲଟି ପଡ଼ିଛି। ଟ୍ୟାଙ୍କରଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ଜଣାପଡ଼ିଛି। ଫଳରେ ଗାଡ଼ି ଚଳାଚଳ ବାଧା ପ୍ରାପ୍ତ ହୋଇଛି। ଟ୍ୟାଙ୍କରରୁ ତେଲ ଲିକ୍‌ ହେଉଥିବା ଯୋଗୁଁ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚିଛନ୍ତି। ପୋଲିସ ପହଞ୍ଚି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛି।

ଏହି ଦୁର୍ଘଟଣାରେ ଟ୍ୟାଙ୍କର ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ଗାଡ଼ିଟି ପେଟ୍ରୋଲ ନେଇ ବିଶାଖାପାଟନମରୁ  ରାୟୁପର ଯାଉଥିଲା।

Comment