ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ଲାଗି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ମହାପ୍ରଭୁଙ୍କ ଦ୍ୱିପ୍ରହର ଧୂପ ସରିବା ପରେ ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ ଓ କଳାରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୃଖକୁ ବେଶ କରାଯିବ।

ଏହି ସମସ୍ତ ନୀତି ଯୋଗୁଁ ଅପରାହ୍‌ଣ ୪ଟାରୁ ରାତି ୮ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ।

Comment