ଓଡ଼ିଶାଲାଇଭ୍‌ ବ୍ୟୁରୋ

ଫେବ୍ରୁଆରି ୧୫ରୁ ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ ହେବ। ଏନେଇ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା କରାଯାଇଛି।

ସିବିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା ଫେବ୍ରୁଆରି ୧୫ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ରେ ଶେଷ ହେବ। ସେହିପରି ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫେବ୍ରୁଆରି ୧୫ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ରେ ଶେଷ ହେବ।

ଅନ୍ୟପଟେ ଆଇସିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷା ଫେବ୍ରୁଆରି ୨୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ରେ ଶେଷ ହେବ। ଫେବ୍ରୁଆରି ୩ରୁ ଆଇସିଏସ୍‌ଇର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୩୧ରେ ଶେଷ ହେବ।

Comment