ଓଡ଼ିଶାଲାଇଭ୍ ବ୍ୟୁରୋ

ପୁଣି ଫେରିଲା ଶୀତ। ରାଜ୍ୟରେ ସବୁଠି ତାପମାତ୍ରା ହ୍ରାସ ପାଇଛି। ଭୁବନେଶ୍ୱର ସମେତ ରାଜ୍ୟର ୧୭ଟି ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ଆସନ୍ତା ୩ରୁ ୪ ଦିନ ଭିତରେ ରାଜ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ କମିବାର ସମ୍ଭାବନା ରହିଛି। କେତେକ ଜିଲ୍ଲାରେ କୁହୁଡ଼ି ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଦାରିଙ୍ଗିବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଅନ୍ୟ କିଛିଟା ସ୍ଥାନରେ ୧୫ ଡିଗ୍ରୀ ତଳେ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।

ଆଗାମୀ ଦିନରେ ଶୀତର ପ୍ରକୋପ ବଢ଼ିବ। ଉତ୍ତରା ପବନ ହେଉଥିବାରୁ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ଥଣ୍ଡା ପବନ ଲାଗି ରହିବ।

Comment