ଓଡ଼ିଶାଲାଇଭ୍‌ ବ୍ୟୁରୋ

ତପ୍ତପାଣି ଘାଟିରେ ଓଲଟି ପଡ଼ିଲା ପିକ୍‌ନିକ୍‌ ବସ୍‌। ଫଳରେ ବସ୍‌ରେ ଥିବା ୩୫ ଜଣ ଆହତ ହୋଇଛନ୍ତି। ବସ୍‌ଟି ରେଭେନ୍ସା ବିଶ୍ଵବିଦ୍ୟାଳୟ ଏମ୍‌ସିଏ ବିଭାଗର ଛାତ୍ରଛାତ୍ରୀଙ୍କୁ ନେଇ ପିକ୍‌ନିକ ଯାଇଥିଲା। ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ଆହତମାନଙ୍କୁ ଦିଗପହଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବସ୍‌ରେ ରେଭେନ୍ସା ଏମ୍‌ସିଏ ବିଭାଗର ୫୯ ଜଣ ଛାତ୍ରଛତ୍ରୀ ପିକ୍‌ନିକ ପାଇଁ ଯାଇଥିଲେ। ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ହନୁମାନ ମନ୍ଦିର ପାଖରେ ବ୍ରେକ୍‌ ଫେଲ ହୋଇଯିବାରୁ ବସ୍‌ଟି ଓଲଟି ପଡ଼ିଥିଲା। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଆରମ୍ଭ କରିଦେଇଛି।

ଆହତମାନଙ୍କୁ ଦିଗପହଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ହେବା ପରେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି।

ଓଡ଼ିଶା ତଥା ଦେଶ ଦୁନିଆର ଟିକିନିଖି ଖବର ପାଇବା ପାଇଁ ଅଗ୍ରଣୀ ନ୍ୟୁଜ୍ ପୋର୍ଟାଲ ‘ଓଡ଼ିଶାଲାଇଭ୍’ର ହ୍ଵାଟ୍ସଆପ୍ ଗ୍ରୁପରେ ଯୋଗ ଦିଅନ୍ତୁ। ଲିଙ୍କ୍ କ୍ଲିକ୍ କରନ୍ତୁ: https://chat.whatsapp.com/CVnm7kqfRNR7lVKLRqEnsA

Comment