ଓଡ଼ିଶାଲାଇଭ୍‌ ବ୍ୟୁରୋ

ପେବ୍ରୁଆରି ୧୯ରୁ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

ଫେବ୍ରୁଆରି ୧୯ରୁ ମାର୍ଚ୍ଚ ୨ ଯାଏଁ ମାଟ୍ରିକ୍‌ ପରୀକ୍ଷା ଅନୁଷ୍ଠିତ ହେବ। ୧୯ ତାରିଖ ବୁଧବାର ଓଡ଼ିଆ ଭାଷା ପରୀକ୍ଷା ଥିବା ବେଳେ, ୨୨ରେ ଇଂରାଜୀ, ୨୪ରେ ସଂସ୍କୃତ ଓ ହିନ୍ଦୀ, ୨୬ରେ ଗଣିତ, ୨୮ରେ ସାଧାରଣ ବିଜ୍ଞାନ ପରୀକ୍ଷା ଓ ମାର୍ଚ୍ଚ ୨ରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ।

ପରୀକ୍ଷାର ସମୟ ସକାଳ ୧୦ଟାରୁ ଆରମ୍ଭ ହୋଇ ମଧ୍ୟାହ୍ନ ୧୨,୩୦ରେ ଶେଷ ହେବ। ହେଲେ ଗଣିତ ପରୀକ୍ଷା ଦିନ ଛାତ୍ରଛାତ୍ରୀଙ୍କୁ ଅଧିକ ୧୫ ମିନିଟ୍‌ର ସମୟ ମିଳିବ ଅର୍ଥାତ୍‌ ୧୨.୪୫ରେ ଶେଷ ହେବ।

ପରୀକ୍ଷା ଦିନ ୯ଟା ୪୫ରେ ପ୍ରଶ୍ନପତ୍ର ବଣ୍ଟାଯିବ।

ଓଡ଼ିଶା ତଥା ଦେଶ ଦୁନିଆର ଟିକିନିଖି ଖବର ପାଇବା ପାଇଁ ଅଗ୍ରଣୀ ନ୍ୟୁଜ୍ ପୋର୍ଟାଲ ‘ଓଡ଼ିଶାଲାଇଭ୍’ର ହ୍ଵାଟ୍ସଆପ୍ ଗ୍ରୁପରେ ଯୋଗ ଦିଅନ୍ତୁ। ଲିଙ୍କ୍ କ୍ଲିକ୍ କରନ୍ତୁ: https://chat.whatsapp.com/CVnm7kqfRNR7lVKLRqEnsA

Comment