ଓଡ଼ିଶାଲାଇଭ୍‌ ବ୍ୟୁରୋ

ଭୁବନେଶ୍ଵର ଏମ୍ସରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ ହୋଇଛି। ଏହାକୁ ଲୋକାର୍ପଣ କରିଛନ୍ତି କେନ୍ଦ୍ର ସ୍ଵାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ। ଏହାସହ ମେଡିକାଲରେ ରୋଗୀ ସୁବିଧାର ଶିଳାନ୍ୟାସ ମଧ୍ୟ କରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ।

ଏନେଇ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଓଡିଶା ପାଇଁ ଭୁବନେଶ୍ୱର ଏମ୍ସ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଥିଲା। ଗତ ୨ ବର୍ଷ ତଳେ ତତ୍କାଳୀନ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ବାଜପେୟୀଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ଏମ୍ସରେ ୪୦ଟି ବିଭାଗ ଖୋଲାଯାଇଛି। ଓଡିଶାକୁ ଉତ୍ତମ ସ୍ୱାସ୍ଥ୍ୟ ସେବା ଦେବା ପାଇଁ ଭାରତ ସରକାର ପ୍ରତିବଦ୍ଧ। ଆଗାମୀ ଦିନରେ ଏମ୍ସ ଓଡିଶା ଏବଂ ପଡୋଶୀ ରାଜ୍ୟର ସ୍ୱାସ୍ଥ୍ୟ ଆବଶ୍ୟକତାକୁ ପୂରଣ କରିବ।“

ଓଡିଶାରେ ଏପର୍ଯ୍ୟନ୍ତ ଆୟୁଷ୍ମାନ ଯୋଜନା ଲାଗୁ ହେଲାନାହିଁ। ଗରିବ ଲୋକଙ୍କ ବଡ଼ ବଡ଼ ରୋଗ ପାଇଁ ଖର୍ଚ୍ଚର ଆବଶ୍ୟକତାର ଅଛି। ଭାରତ ସରକାର ଗରିବଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ଖର୍ଚ୍ଚର ବ୍ୟବସ୍ଥା କରିଛନ୍ତି। ମାତ୍ର ଓଡିଶା ସରକାର ଏପର୍ଯ୍ୟନ୍ତ ତାକୁ ଗ୍ରହଣ କରିନାହାନ୍ତି ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଥିଲେ।

ଧର୍ମେନ୍ଦ୍ର ପ୍ରଧାନ ଆହୁରି ମଧ୍ୟ କହିଛନ୍ତି, “ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରମ୍ବାର ଆୟଷ୍ମାନ ଯୋଜନା ଲାଗୁ କରିବା ପାଇଁ ଓଡିଶା ସରକାରଙ୍କୁ ଅନୁରୋଧ କରି ଆସୁଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ ମଧ୍ୟ ପୁଣି ଥରେ ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ କରିବା ପାଇଁ ସାର୍ବଜନୀନ ଭାବେ ସରକାରଙ୍କୁ ଅନୁରୋଧ କରିଛନ୍ତି। ବର୍ତ୍ତମାନ ସମସ୍ତେ ଏକାଠୀ ହୋଇ ଓଡିଶାର ଗରିବ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟ ସେବା ଦେବାର ଆବଶ୍ୟକତା ରହଛି।“

ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ କେନ୍ଦ୍ରମନ୍ତ୍ରୀ ହର୍ଷବର୍ଦ୍ଧନଙ୍କ ଦ୍ୱାରା ଏମ୍ସ ମେଡିକାଲର ମୋଡୁଲାର ଅପରେସନ ଥିଏଟର, ଆଇସିୟୁ କମ୍ପେକ୍ସର ଶିଳାନ୍ୟାସ ଓ କାଥ୍ ଲ୍ୟାବ, ଡିଏଫଆରର ଉଦ୍‌ଘାଟିତ ହୋଇଥିଲା।

Comment