ଓଡ଼ିଶାଲାଇଭ୍‌ ବ୍ୟୁରୋ

ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ଆଜି ୯୫ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ‘ସଦୈବ ଅଟଳ ସ୍ମାରକ’ ସ୍ଥଳରେ ଯାଇ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

‘ସଦୈବ ଅଟଳ ସ୍ମାରକ’ ସ୍ଥଳରେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ଓ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ଭାନୀ ମଧ୍ୟ ବାଜପେୟୀଙ୍କ ସମାଧି ସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

୧୯୨୪ ମସିହା ଆଜିର ଦିନରେ ଗ୍ୱାଲିୟରରେ ବାଜପେୟୀ ଜନ୍ମ ହୋଇଥିଲେ। ୨୦୧୮ ଅଗଷ୍ଟ ୧୬ରେ ତାଙ୍କର ମୃତ୍ୟୁ ହୋଇଥିଲା।

Comment