ଓଡ଼ିଶାଲାଇଭ୍‌ ବ୍ୟୁରୋ

ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ୯୫ତମ ଜନ୍ମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଅଟଳ ଭୂଜଳ’ ଯୋଜନାର ଶୁଭାରମ୍ଭ କରିଛନ୍ତି। ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ନରେନ୍ଦ୍ର ମୋଦୀ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି।

ଭୂତଳ ଜଳସ୍ତର ବୃଦ୍ଧି କରିବା ହିଁ ଅଟଳ ଭୂଜଳ ଯୋଜନାର ମୂଳ ଲକ୍ଷ୍ୟ। ଏହି ଯୋଜନା ମାଧ୍ୟମରେ କୃଷକମାନଙ୍କୁ ଚାଷ ପାଇଁ ପର୍ଯ୍ୟାପ୍ତ ପରିମାଣରେ ଜଳ ମିଳିପାରିବ। ଏହାସହ ଏହି ଯୋଜନା ମାଧ୍ୟମରେ କୃଷକମାନଙ୍କ ଆୟ ଦ୍ୱିଗୁଣିତ ହୋଇପାରିବ।

ଏହି ଯୋଜନାରେ ୬ଟି ରାଜ୍ୟ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଗୁଜୁରାଟ, ହରିୟାଣା, ରାଜସ୍ଥାନ ଓ ମହାରାଷ୍ଟ୍ରର ୮୩୫୦ ଗାଁ ଲୋକ ଉପକୃତ ହେବେ। ଏହି ଯୋଜନା ପାଇଁ ୫ ବର୍ଷରେ ୬ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି।

Comment