ଓଡ଼ିଶାଲାଇଭ୍‌ ବ୍ୟୁରୋ

(ରାୟଗଡାରୁ ତୁଷାର ରଞ୍ଜନ ସାହୁ): ସଡ଼କ ଦୁର୍ଘଟଣାରେ ରାୟଗଡ଼ା ଜିଲ୍ଲା ପରିଷଦର ପୂର୍ବତନ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ମୃତ୍ୟୁ ଘଟିଛି। ଗୁଣୁପୁରରେ ଆଜି ପରିବାର ଲୋକ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରିଛନ୍ତି।  ଗୁଣୁପୁରସ୍ଥିତ ଘରେ ଆଜି ତାଙ୍କ ଶେଷ ଦର୍ଶନ ଲାଗି ବହୁ ନେତା ମନ୍ତ୍ରୀ ପହଞ୍ଚିଥିଲେ।

୨୦୧୭ର ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନକୁ ମଙ୍ଗଳବାର ରାୟଗଡ଼ା ଜିଲ୍ଲା ଦୌରାଜଜ୍‌ ଅସିଦ୍ଧ କରିଥିଲେ। ଫଳରେ ସେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ହରାଇଥିଲେ। ଏହାପରେ ବାଇକ ଯୋଗେ ସେ କୋର୍ଟରୁ ଫେରୁଥିଲେ। ରାମନାଗୁଡ଼ା-ଗୁଣୁପୁର ରାସ୍ତାରେ ତାଙ୍କ ବାଇକ ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲା।

ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଗୁଣୁପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କ ଶ୍ରୀକାକୁଲମ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଓଡ଼ିଶା ତଥା ଦେଶ ଦୁନିଆର ଟିକିନିଖି ଖବର ପାଇବା ପାଇଁ ଅଗ୍ରଣୀ ନ୍ୟୁଜ୍ ପୋର୍ଟାଲ ଓଡ଼ିଶାଲାଇଭ୍ର ହ୍ଵାଟ୍ସଆପ୍ ଗ୍ରୁପରେ ଯୋଗ ଦିଅନ୍ତୁ। ଲିଙ୍କ୍ କ୍ଲିକ୍ କରନ୍ତୁ: https://chat.whatsapp.com/CVnm7kqfRNR7lVKLRqEnsA

Comment