ଓଡ଼ିଶାଲାଇଭ୍‌ ବ୍ୟୁରୋ

(କୋଣାର୍କରୁ ଆଦିତ୍ୟ ବିଶ୍ଵାଳ): ସାରା ରାଜ୍ୟରେ ବିଜୁ ଜନତା ଦଳ(ବିଜେଡି)ର ୨୩ ତମ ପ୍ରତିଷ୍ଠା ଦିବସ ପାଳନ ହେଉଛି। ସେହିପରି ପୁରୀ ଜିଲ୍ଲା କାକଟପୁର ନିର୍ବାଚନ ମଣ୍ଡଳୀର ଅସ୍ତରଙ୍ଗ ବ୍ଲକ ମାଣ୍ଡୁକି ପଞ୍ଚାୟତରେ ବିଜେଡିର ୨୩ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କ୍ରୀଡ଼ା ଓ ଯୁବ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ତୁଷାକାନ୍ତି ବେହେରା ଯୋଗ ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଅସ୍ତରଙ୍ଗ ବ୍ଲକ ଅଧ୍ୟକ୍ଷ ସ୍ୱାଧୀନ କୁମାର ନାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜ୍ୟୋତି ମୟୀ ଦଳାଇ, ସାଂସଦ ପ୍ରତିନିଧି ଚମ୍ପଙ୍କ ବାରିକ ଓ କୋଣାର୍କ, ଗୋପ, କାକଟପୁର ଓ ଅସ୍ତରଙ୍ଗ ବ୍ଲକର ସମସ୍ତ ନିର୍ବାଚିତ ପ୍ରତିନିଧି ଏବଂ ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ରହିଥିଲେ।

ରାଜ୍ୟରେ ଦୀର୍ଘ ୨୨ ବର୍ଷ ଧରି ବିଜେଡିର ବିକାଶ ମୁଖ୍ୟ ଯୋଜନା ଉପରେ ଏହି କାର୍ଯ୍ୟକ୍ରମରେ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ୩ ହଜାରରୁ ଅଧିକ ଦଳୀୟ କର୍ମୀ ସମିଲ ହୋଇଥିବା ଦେଖିବାକୁ ମିଳିଥିଲା।

Comment