ଓଡ଼ିଶାଲାଇଭ୍‌ ବ୍ୟୁରୋ

(ମୟୁରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ମୟୂରଭଞ୍ଜ ଜିଲ୍ଲାର ସଦର ମହକୁମା ବାରିପଦା ସମେତ ଜିଲ୍ଲାର ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ପ୍ରତିଷ୍ଠା ଦିବସ ପାଳିତ ହୋଇଛି। ବାରିପଦାର ବିଜୁ ଜନତା ଦଳ କାର୍ଯ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ବିଜେଡ଼ିର ବରିଷ୍ଠ ନେତା ଡକ୍ଟର ଦେବାଶିଷ ମାର୍ଣ୍ଡିଙ୍କ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ।

ଅନ୍ୟାମାନଙ୍କ ମଧ୍ୟରେ ଏହି ବୈଠକରେ ରାଜ୍ୟ ସରକାରଙ୍କ ରାଜସ୍ଵ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ମନ୍ତ୍ରୀ ତଥା ବିଧାୟକ ସୁଦାମ ମାର୍ଣ୍ଡି, ଜିଲ୍ଲା ସଭାପତି ଦେବାଶିଷ ମହାନ୍ତି, ବୀରଭଦ୍ର ସିଂ, ସାନନ୍ଦ ମାର୍ଣ୍ଡି, ଗଣେଶ୍ୱର ପାତ୍ରଙ୍କ ସମେତ ବିଜେଡିର ବିଭିନ୍ନ ଛାମୁଆ ସଂଗଠନର କର୍ମକର୍ତ୍ତା ମାନେ ଅଂଶ ଗ୍ରହଣ କରିଥିଲେ।

ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ବିଜେଡି ଦଳର ବହୁ ନେତା ଓ କର୍ମୀମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଅନୁରୂପ ଭାବେ ଜିଲ୍ଲାର ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ମଧ୍ୟ ବିଜେଡି ପ୍ରତିଷ୍ଠା ଦିବସ ପାଳନ କରାଯାଇଥିଲା।

LEAVE A REPLY

Please enter your comment!
Please enter your name here