ଓଡ଼ିଶାଲାଇଭ୍ ବ୍ୟୁରୋ

ଜାଡ଼ରେ ଥରୁଛି ଓଡ଼ିଶା। ଆଜି ୯ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ସୋନପୁରରେ ଗତ ୨୪ ଘଣ୍ଟା ମଧ୍ୟରେ ତାପମାତ୍ରା ୪ ଡିଗ୍ରୀକୁ ଖସିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।

ରାଜ୍ୟରେ ପ୍ରବଳ ଶୀତ ଲହରିକୁ ଦୃଷ୍ଟିରେ ରଖି ଓଡ଼ିଶା ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।

ଅନ୍ୟପଟେ ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ପ୍ରବଳ ଥଣ୍ଡା ଯୋଗୁଁ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି ଲୋକେ। ସେହିପରି କେନ୍ଦୁଝରରେ ୫.୬ ଡିଗ୍ରୀ,  ଝାରସୁଗୁଡ଼ାରେ ୫.୮ ଡିଗ୍ରୀକୁ ଖସିଛଇ।

ଟିଟିଲାଗଡ଼ ଓ ଦାରିଙ୍ଗିବାଡ଼ିରେ ୭, ସମ୍ବଲପୁରରେ ୭.୪, ବାଲେଶ୍ୱର ୭.୬, କଟକ ୯.୬, ହୀରାକୁଦରେ ୯.୮ ଡିଗ୍ରୀ ଓ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୧୨ ଡିଗ୍ରୀ ତାପମାତ୍ରା ରହିଛି।

Comment