ଓଡ଼ିଶାଲାଇଭ୍‌ ବ୍ୟୁରୋ

ହାଡ଼ଭଙ୍ଗା ଶୀତରେ ଥରୁଛି ଓଡ଼ିଶା। ରବିବାର ରାଜ୍ୟର ୧୫ଟି ସହରରେ ତାପମାତ୍ରା ୧୦ ଡିଗ୍ରୀ ତଳକୁ ରହିଥିଲା। ତେବେ ରାଜ୍ୟରେ ଆହୁରି ୨ଦିନ ଶୀତଲହରୀ ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ରାଜ୍ୟର ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର, ଅନୁଗୁଳ ଢେଙ୍କାନାଳ, ସୋନପୁର, ବୌଦ୍ଧ, କଟକ, ପୁରୀ, ଖୋର୍ଦ୍ଧା, କଳାହାଣ୍ଡି ଏବଂ ବଲାଙ୍ଗିର ଜିଲ୍ଲା। ଓଡ଼ିଶାରେ ଅସହ୍ୟ ଜାଡ଼ ଯୋଗୁଁ ଏହି ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ରବିବାର ସର୍ବନିମ୍ନ ତାପମାତ୍ରା ୩.୪ ଡିଗ୍ରୀ ସହ ସୋନପୁର ରାଜ୍ୟର ଥଣ୍ଡା ସହର ହୋଇଥିବା ବେଳେ ୫ ଡିଗ୍ରୀ ସହ ଫୁଲବାଣୀ ଦ୍ୱିତୀୟ ସ୍ଥାନରେ ରହିଛି। ମୋଟ ୧୫ଟି ସହରରେ ଆଜି ପାରଦ ୧୦ ଡିଗ୍ରୀ ତଳେ ଥିଲା। ସେହିପରି ଭୀଷଣ ଥଣ୍ଡା ଯୋଗୁଁ ରାଜ୍ୟର କିଛି ଅଞ୍ଚଳରେ ତୁଷାରପାତ ହୋଇଥିବା ଜଣାପଡ଼ିଛି।

ଓଡ଼ିଶା ତଥା ଦେଶ ଦୁନିଆର ଟିକିନିଖି ଖବର ପାଇବା ପାଇଁ ଅଗ୍ରଣୀ ନ୍ୟୁଜ୍ ପୋର୍ଟାଲ ‘ଓଡ଼ିଶାଲାଇଭ୍’ର ହ୍ଵାଟ୍ସଆପ୍ ଗ୍ରୁପରେ ଯୋଗ ଦିଅନ୍ତୁ। ଲିଙ୍କ୍ କ୍ଲିକ୍ କରନ୍ତୁ: https://chat.whatsapp.com/IRipWbC83HpD1JetdjgdJX

Comment