ଓଡ଼ିଶାଲାଇଭ୍ ବ୍ୟୁରୋ

ଆଇଏଏସ୍ ବିଜୟ କେତନ ଉପାଧ୍ୟାୟଙ୍କୁ କାର୍ଯ୍ୟରୁ ନିଲମ୍ବନ କଲେ ରାଜ୍ୟ ସରକାର। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିବା ପରେ ରାଜ୍ୟ ସରକାର ତାଙ୍କୁ ନିଲମ୍ବନ କରିଛନ୍ତି।

ସୋମବାର ଉଦ୍ୟାନ ବିଭାଗର ନିର୍ଦ୍ଦେଶକ ବିଜୟ କେତନ ଉପାଧ୍ୟାୟ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଏହାପରେ ଭିଜିଲାନ୍ସ ତାଙ୍କୁ ଗିରଫ କରି ପଚରାଉଚୁରା ଜାରି ରଖିଛି। ତେବେ ଗିରଫ ହେବାର କିଛି ସମୟ ପରେ ରାଜ୍ୟ ସରକାର ତାଙ୍କୁ ନିଲମ୍ବନ କରିଛନ୍ତି।

୨୦୦୯ ବ୍ୟାଚର ଆଇଏଏସ୍ ଅଫିସର ହେଉଛନ୍ତି ବିଜୟ କେତନ। ଗତ କିଛି ଦିନ ଧରି ‘ମୋ ସରକାର’ ଆଧାରରେ ଲୋକଙ୍କ ପାଖରୁ ଆସିଥିବା ମତାମତ ଅନୁସାରେ ଭିଜିଲାନ୍ସ ତାଙ୍କ ଉପରେ ନଜର ରଖିଥିଲା। ସୋମବାର ବିଜୟ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଘଟଣା ସ୍ଥଳରେ ଗିରଫ କରିଛି।

Comment