ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଉ ଦିନକ ପରେ ନୂଆବର୍ଷ। ନୂତନବର୍ଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ପୁରୀରେ ଲାଗିଲାଣି ଭକ୍ତଙ୍କ ଭିଡ଼। ଏଥି ନିମନ୍ତେ ପୁରୀରେ ବ୍ୟାପକ ବ୍ୟବସ୍ଥା କରାଯାଇଛି।

ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ସମ୍ମୁଖକୁ ସଜାଯାଇଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ୭୫ ମିଟର ଅଞ୍ଚଳକୁ ଗଛ ଲଗାଯାଇଥିବା ବେଳେ ରାତିରେ ରଙ୍ଗବେରଙ୍ଗ ଆଲୋକମାଳାରେ ସାଜସଜ୍ଜା ହୋଇଛି।

ଏହାସହ ଶୃଙ୍ଖଳିତ ଦର୍ଶନ ପାଇଁ ସିଂହଦ୍ୱାରା ସମ୍ମୁଖରେ ବ୍ୟାରିକେଡ କରାଯାଇଛି। ଭିଡ଼କୁ ଆଖି ଆଗରେ ରଖି ୬୫ ପ୍ଲାଟୁନ୍‌ ପୋଲିସ ଫୋର୍ସ ସହ ୨୭୬ ଜଣ ପୋଲିସ ଅଧିକାରୀ ମୁତୟନ କରାଯାଇଛି।

Comment