ଓଡ଼ିଶାଲାଇଭ୍ ବ୍ୟୁରୋ

ବଲାଙ୍ଗିର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପାଇଁ ୫୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଙ୍ଗଳବାର ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉତ୍ସବର ଉଦଯାପନୀ ସଭାରେ ଯୋଗଦେବା ସହ ମୁଖ୍ୟମନ୍ତ୍ରୀ ଏହି ପ୍ୟାକେଜ୍ ଘୋଷଣା କରିଛନ୍ତି।ବଲାଙ୍ଗିର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଡିସେମ୍ବର ୨୭ ତାରିଖରୁ ନିଜର ପ୍ଲାଟିନମ ଜୁବୁଲି ଉତ୍ସବ ପାଳନ କରୁଛି। ମଙ୍ଗଳବାର ଏହି ଉତ୍ସବର ଶେଷ ଦିନ ଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଶ୍ୱବିଦ୍ୟାଳୟର ସାଇନ୍ସ ପାର୍କ, ଅଡିଟୋରିୟମ୍ ଓ ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥାର ଉନ୍ନତି ପାଇଁ ୫୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଛନ୍ତି।

ବିଶ୍ୱବିଦ୍ୟାଳୟର ପ୍ଲାଟିନମ ଜୁବୁଲି ଉତ୍ସବର ଏହି ଉଦଯାପନୀ ସଭାରେ ମୁଖ୍ୟମନ୍ତ୍ରୀଙ୍କ  ସହ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ।

Comment