ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଯାହାଫଳରେ ଥଣ୍ଡାର ପରିଣାମ କମ୍‌ ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଆଜି କେନ୍ଦୁଝର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୩ଟି ଜିଲ୍ଲାରେ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

କେନ୍ଦୁଝରକୁ ଛାଡ଼ିଦେଲେ ବାକି ସବୁ ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ବର୍ଷା ପରେ ପୁଣି ଥଣ୍ଡା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି।

୫ ତାରିଖ ସୁଦ୍ଧା ବର୍ଷା କମିପାରେ ଏବଂ ଏହାପରେ ପୁଣି ଥଣ୍ଡା ବଢ଼ିବାର ସମ୍ଭାବନା ରହିଛି।

Comment