ଓଡ଼ିଶାଲାଇଭ୍‌ ବ୍ୟୁରୋ

ଗାଡ଼ି ଚଳାଇବା ବେଳେ ମୋବାଇଲ ଫୋନ୍‌ ବ୍ୟବହାର କରୁଛନ୍ତି କି? ସାବଧାନ ହୋଇଯା’ନ୍ତୁ। ରଦ୍ଦ ହେବ ଆପଣଙ୍କ ଡ୍ରାଇଭିଂ ଲାଇସେନ୍ସ। ଏହି ନିୟମକୁ କଡ଼ାକଡ଼ି ପାଳନ କରିବାକୁ ପରିବହନ କମିସନର ସମସ୍ତ ଆର୍‌ଟିଓଙ୍କୁ ଚିଠି ଲେଖିଛନ୍ତି।

ଏହି ଚିଠିରେ ଉଲ୍ଲେଖ ଅଛି ଯେ, ଗାଡ଼ି ଚଳାଇବା ବେଳେ ମୋବାଇଲରେ ଗପିବା, ନିର୍ଦ୍ଧାରିତ ବେଗରୁ ଅଧିକ ବେଗରେ ଗାଡ଼ି ଚଳାଇବା, ଓଭରଲୋଡିଂ ଥିଲେ ଧରାପଡ଼ିଲେ ଲାଇସେନ୍ସ ବାତିଲ ହେବ।

ପୂର୍ବରୁ ମଦ୍ୟପାନ କରି ଗାଡ଼ି ଚଳାଉଥିବା ଚାଳକଙ୍କ ଲାଇସେନ୍ସ ବାତିଲ ପାଇଁ ନିର୍ଦ୍ଦେଶ ହୋଇଥିଲେ ମଧ୍ୟ ତାହା କଡ଼ାକଡ଼ି ଭାବେ ପାଳନ ହୋଇପାରୁ ନାହିଁ। ଏଥିପାଇଁ ମଦ୍ୟପ ଚାଳକଙ୍କର ଶତପ୍ରତିଶତ ଲାଇସେନ୍ସ କିଭଳି ବାତିଲ ହେବ ସେଦିଗରେ କଡ଼ା ପଦକ୍ଷେପ ନେବାକୁ ଆରଟିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Comment