ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆସନ୍ତା ୨ଦିନ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ। ୨ଦିନ ପରେ ବର୍ଷା ଛାଡ଼ିବା ପରେ ପୁଣି ଶୀତ ମାଡ଼ି ଆସିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଶୁକ୍ରବାର ସକାଳୁ ସକାଳୁ ରାଜ୍ୟର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି। ଆଗାମୀ ୨ଦିନ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ। ବାଲେଶ୍ୱର, ଭଦ୍ରକ, ଅନୁଗୋଳ, କଟକ, ଖୋର୍ଦ୍ଧା, ମୟୁରଭଞ୍ଜରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗତ ୨୪ଘଣ୍ଟାରେ ସୋନପୁରରେ ସର୍ବାଧିକ ୩୧.୨ ମିମି ବର୍ଷା ରେକର୍ଡ଼  ହୋଇଛି। ଜାନୁଆରି ୫ ତାରିଖରୁ ପୁଣି ଶୀତର ପ୍ରକୋପ ବଢ଼ିବ।

LEAVE A REPLY

Please enter your comment!
Please enter your name here