ଓଡ଼ିଶାଲାଇଭ୍‌ ବ୍ୟୁରୋ

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କଲେ ଜଷ୍ଟିସ ସଞ୍ଜୁ ପଣ୍ଡା। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଏହି ଦାୟିତ୍ୱରେ ନିଯୁକ୍ତି ଦେଇଥିବା ସୂଚନା ମିଳିଛି।

ଶନିବାର ଜଷ୍ଟିସ୍‌ କେ ଏସ୍‌ ଜାଭେରୀ ହାଇକୋର୍ଟର ମୁଖ୍ୟ ବିଚାରପତି ପଦରୁ ଅବସର ନେଇଥିଲେ। ଏହାପରେ ଜଷ୍ଟିସ ସଞ୍ଜୁ ପଣ୍ଡାଙ୍କୁ କାମଚଳା ମୁଖ୍ୟ ବିଚାରପତି ଦାୟିତ୍ୱ ମିଳିଛି। ନୂଆ ବିଚାରପତି ନିଯୁକ୍ତ ନହେବା ଯାଏଁ ସେ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱରେ ରହିବେ।

ଆସନ୍ତକାଲି ଜଷ୍ଟିସ ସଞ୍ଜୁ ପଣ୍ଡା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିବେ।

ଓଡ଼ିଶା ତଥା ଦେଶ ଦୁନିଆର ଟିକିନିଖି ଖବର ପାଇବା ପାଇଁ ଅଗ୍ରଣୀ ନ୍ୟୁଜ୍ ପୋର୍ଟାଲ ‘ଓଡ଼ିଶାଲାଇଭ୍’ର ହ୍ଵାଟ୍ସଆପ୍ ଗ୍ରୁପରେ ଯୋଗ ଦିଅନ୍ତୁ। ଲିଙ୍କ୍ କ୍ଲିକ୍ କରନ୍ତୁ: https://chat.whatsapp.com/EtOfChgnkW29Y1l4hxTuDp

Comment