ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଲାଗି ରହିଥିବା ଅଦିନିଆ ବର୍ଷା ଛାଡ଼ିଯାଇଛି। ଫଳରେ ସୋମବାରଠୁ ରାଜ୍ୟରେ ହାଡ଼ଭଙ୍ଗା ଶୀତ ଅନୁଭୂତ ହେବ। ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪ରୁ ୬ ଡିଗ୍ରୀ କମିବ। ସେହିପରି ଉପକୂଳ ଓଡ଼ିଶାରେ ମଧ୍ୟ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

ଉପକୂଳ ଜିଲ୍ଲାଗୁଡ଼ିକରେ ଘନ କୁହୁଡ଼ି ଅନୁଭୂତ ହେବାର ସମ୍ଭାବନା ରହିଛି। ଏହାସହ କଟକ, ଖୋର୍ଦ୍ଧା, କେନ୍ଦୁଝର, ଜଗତସିଂହପୁର, ସମ୍ଵଲପୁର, ବଲାଙ୍ଗିର ଓ ଅନୁଗୁଳ ଜିଲ୍ଲାକୁ କୁହୁଡ଼ି ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କହୁଡ଼ି ଯୋଗୁଁ ବିମାନ ସେବା ମଧ୍ୟ ବାଧାପ୍ରାପ୍ତ ହୋଇପାରେ।

୩ଦିନ ଧରି ରାଜ୍ୟରେ ବର୍ଷା ଲାଗି ରହିଥିଲା। ବର୍ଷା ସାଙ୍ଗକୁ ଶୀତ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଥିଲା।

Comment