ଓଡ଼ିଶାଲାଇଭ୍‌ ବ୍ୟୁରୋ

୧୧ ତାରିଖ ଯାଏଁ ରାଜ୍ୟର ୧୧ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।

ଗୁରୁବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ୧୦ ତାରିଖ ଦିନ ରାୟଗଡ଼ା, ଗଜପତି, ଗଞ୍ଜାମ, କୋରାପୁଟ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପ ବର୍ଷା ହେବ। ବର୍ଷା ପ୍ରଭାବରେ କେତେକ ସ୍ଥାନରେ ଘନ କୁହୁଡ଼ି ଲାଗି ରହିବା ସହ ପ୍ରବଳ ଶୀତ ଅନୁଭୂତ ହେବ।

୧୧ ତାରିଖରେ ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ଲାଗି ରହିବା ସହ ପ୍ରବଳ ଶୀତ ଅନୁଭୂତ ହେବ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, କଟକ, ଖୋର୍ଦ୍ଧା, ଭଦ୍ରକ, ଯାଜପୁର ଓ ବାଲେଶ୍ୱର ପାଇଁ ୟେଲୋ ଓ୍ୱାର୍ଣ୍ଣଂ ଜାରି କରିଛି ପାଣିପାଗ ବିଭାଗ। ଅନ୍ୟ ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବ।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲ୍‌ସିୟସ୍‌ ପର୍ଯ୍ୟନ୍ତ ଖସିବ।

Comment