ଓଡ଼ିଶାଲାଇଭ୍ ବ୍ୟୁରୋ

ବାରିପଦା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଗସ୍ତରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। ଭାରତ ବନ୍ଦ ଯୋଗୁଁ ରାଜ୍ୟରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ କଡ଼ା ସୁରକ୍ଷା ବଳରେ ଭୁବନେଶ୍ୱର ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚି ବାରିପଦା ଗସ୍ତରେ ଯାଇଛନ୍ତି।
ବାଙ୍କିଶୋଳଠାରେ ନବନିର୍ମିତ ଆଦାନୀ କିସ୍ ଆବାସିକ ବିଦ୍ୟାଳୟର ଶୁଭ ଉଦ୍ଘାଟନ କରିବା ସହ ବାରିପଦାର ବିଭିନ୍ନ ସ୍ଥାନରେ ୫୩ କୋଟି ୬୦ ଲକ୍ଷ ଟଙ୍କାର ପ୍ରକଳ୍ପର ଶୁଭ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ।
ଏହାସହ ୨୦୦ କୋଟି ୩୦ ଲକ୍ଷରୁ ଅଧିକ ଟଙ୍କାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି।
ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ମୟୂରଭଞ୍ଜରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।














