ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟର ବିଭିନ୍ନ ଅଞ୍ଚଳରେ ଗୁରୁବାରଠରୁ ଶନିବାର ପର୍ଯ୍ୟନ୍ତ ହାଲକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ଆଜି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ବା ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସେହିପରି ଆସନ୍ତାକାଲି ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୁରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ଏହାରି ପ୍ରଭାବରେ ଘନ କୁହୁଡ଼ି ହୋଇପାରେ। ୧୧ ତାରିଖ ବେଳକୁ ପାଗ ସ୍ୱାଭାବିକ ରହିବ।

Comment