ଓଡ଼ିଶାଲାଇଭ୍‌ ବ୍ୟୁରୋ

ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ ଏବଂ ବ୍ରହ୍ମପୁରରେ ବାବୁଲ ସୁପ୍ରିୟୋ ସିଏଏ ସମ୍ପର୍କରେ କରିବେ ଜନସଚେତନତା।

ନାଗରିକତା ସଂଶୋଧନ ଆଇନ୍‌ (ସିଏଏ) ପାଇଁ ଜନସମର୍ଥନ ଯେଗାଡ଼ରେ ଲାଗି ପଡ଼ିଛି ବିଜେପି। ସାରା ଦେଶରେ ଏଥିପାଇଁ ଜନଜାଗରଣ ଯାତ୍ରା ଆରମ୍ଭ ହୋଇଛି। ଗତ ଦୁଇ ଦିନ ତଳେ କଟକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜନଜାଗରଣ ଯାତ୍ରା କରିଥିବା ବେଳେ ଆଉ ଦୁଇ ଜଣ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଓଡ଼ିଶା ଗସ୍ତରେ ଅସୁଛନ୍ତି।

କେନ୍ଦ୍ର ମତ୍ସ୍ୟ, ପଶୁସଂପଦ ଏବଂ ଦୁଗ୍ଧ ଉତ୍ପାଦନ ମନ୍ତ୍ରୀ ଗିରିରାଜ ସିଂହ ଏବଂ କେନ୍ଦ୍ର ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବାବୁଲ ସୁପ୍ରିୟୋ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗିରିରାଜ ସିଂହ ଶୁକ୍ରବାର ଅପରାହ୍‌ଣ ୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଭୁବନେଶ୍ୱରଠାରେ ସେ ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ରାତି ୯ ଟାରେ ଟ୍ରେନ ଯୋଗେ ସମ୍ବଲପୁର ଗସ୍ତ କରିବେ। ୧୧ ତାରିଖରେ ସେ ସମ୍ବଲପୁରଠାରେ ଏକ ବିରାଟ ସାଧାରଣ ସଭାରେ ଯୋଗ ଦେଇ ନାଗରିକତା ସଂଶୋଧନ ଆଇନ ସଂପର୍କରେ ଏକ ଜନ ଜାଗରଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ।

ସେହିପରି କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋ ଶୁକ୍ରବାର ସକାଳ ସାଢ଼େ ୯ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ବ୍ରହ୍ମପୁର ଅଭିମୁଖେ ଗସ୍ତ କରିବେ। ବ୍ରହ୍ମପୁର ସିଟି ହାଇସ୍କୁଲ ପଡିଆଠାରେ ଆୟୋଜିତ ସାଧାରଣ ସଭାରେ ନାଗରିକତା ସଂଶୋଧନ ଆଇନ ସଂପର୍କରେ ସଚେତନ କରିବେ।

Comment