ଓଡ଼ିଶାଲାଇଭ୍ ବ୍ୟୁରୋ

ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପୂର୍ବରୁ ସରକାର ଏକ ପଦକ୍ଷେପ ଗ୍ରହଣ କରିଛନ୍ତି। ଉତ୍ତର ପ୍ରଦେଶ ରାମ ଜନ୍ମଭୂମି ନ୍ୟାସର ଅଧ୍ୟକ୍ଷ ମହନ୍ତ ନୃତ୍ୟଗୋପାଳ ଦାସଙ୍କ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇଦିଆଯାଇଛି। ତାଙ୍କୁ ଏବେ ଜେଡ୍ ପ୍ଲସ୍ ସୁରକ୍ଷା ପ୍ରଦାନ କରାଯିବ ବୋଲି ଗୃହ ମନ୍ତ୍ରାଳୟ ନିଷ୍ପତ୍ତି ନେଇଛି।

ସୁପ୍ରିମକୋର୍ଟ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ନେଇ ନିଜର ରାୟ ଶୁଣାଇ ସାରିଛନ୍ତି। ଏଥିପାଇଁ ଏକ ସ୍ୱତନ୍ତ୍ର ଟ୍ରଷ୍ଟ ବୋର୍ଡର ଗଠନ କରାଯିବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଟ୍ରଷ୍ଟ ବୋର୍ଡର ଅଧ୍ୟକ୍ଷ ମହନ୍ତ ନୃତ୍ୟଗୋପାଳ ଦାସ ହେବେ ବୋଲି ଅନୁମାନ କରାଯାଉଛି। ତେଣୁ ତାଙ୍କର ସୁରକ୍ଷା ପାଇଁ ଏହି କେନ୍ଦ୍ର ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି କୁହାଯାଇଛି।

ମହନ୍ତଙ୍କ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇବା ପାଇଁ ବିଶ୍ୱ ହିନ୍ଦୁ ପରିଷଦ ଗୃହ ମନ୍ତ୍ରାଳୟକୁ ଚିଠି ଲେଖି ଜଣାଇଥିଲା। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ସୁରକ୍ଷା ବ୍ୟବସାକୁ ଯାଞ୍ଚ କରିଥିଲେ। ଏହାପରେ ଗୃହ ମନ୍ତ୍ରାଳୟ ଏହି ବଡ଼ ନିଷ୍ପତ୍ତି ନେଇଛି।

Comment