ଓଡ଼ିଶାଲାଇଭ୍ ବ୍ୟୁରୋ

ପାରଳାଖେମୁଣ୍ଡି ମହାରାଜା ଗୋପୀନାଥ ଗଜପତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଆଜି ଭୋର ୪ଟା ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ଏଥିପାଇଁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।

ଗୋପୀନାଥ ଗଜପତି ୧୯୪୩ ମସିହା ମାର୍ଚ୍ଚ ୬ ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ସେ ବ୍ରହ୍ମପୁର ସାଂସଦ ଭାବେ ଦୁଇ ଥର ନିର୍ବାଚିତ ହୋଇଛନ୍ତି। ନବମ ଏବଂ ଦଶମ ସାଧାରଣ ନିର୍ବାଚନରେ କଂଗ୍ରେସ ଦଳରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ମହାରାଜା ଗୋପୀନାଥ ଗଜପତି ୧୯୯୮ ମସିହାରେ ବିଜେପିରେ ଯୋଗ ଦେଇଥିଲେ। ହେଲେ ୨୦୦୯ରେ ବିଜେପି ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ।

LEAVE A REPLY

Please enter your comment!
Please enter your name here