ଓଡ଼ିଶାଲାଇଭ୍‌ ବ୍ୟୁରୋ

ପୁଣି ଗଣଦୁଷ୍କର୍ମ। ବ୍ରହ୍ମପୁର ମେରାଇନ ଥାନା ଅଞ୍ଚଳରେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ। ଜାନୁଆରି ୧୦ ତାରିଖରୁ ନିଖୋଜ ଥିବା ନାବାଳିକାକୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଛି। ନାବାଳିକାକୁ ଏମ୍‌କେସିଜି ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ସ୍ଥାନୀୟ ଲୋକେ।

ନାବାଳିକା ଜଣକ ୧୦ ତାରିଖରୁ ଘରୁ ନିଖୋଜ ଥିଲା। ପରେ ଗତକାଲି ରାତିରେ ତାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ତାକୁ କିଛି ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ ପରେ ଘଟଣାର ସତ୍ୟତା ସାମ୍ନାକୁ ଆସିବ।

ଏନେଇ ପରିବାର ଲୋକ ଖବର ପାଇବା ପରେ ମେରାଇନ ଥାନାରେ ଗଣଦୁଷ୍କର୍ମ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ପୋକ୍ସୋ ଆକ୍ଟରେ ମାମଲା ରୁଜୁ କରିଛି ପୋଲିସ।

Comment