ଓଡ଼ିଶାଲାଇଭ୍‌ ବ୍ୟୁରୋ

ଯୁବକଙ୍କୁ ତଣ୍ଟି କାଟି ନିର୍ମମ ଭାବେ ହତ୍ୟା। ଏପରି ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ ମଣଦା ଛକ ନିକଟରେ। ଛକ ପାଖରେ ଥିବା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ପାର୍ଶ୍ଵ ଏକ ବନ୍ଧ ନିକଟରେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଥିଲା। ଏନେଇ ପୋଲିସ ଖବର ପାଇବା ପରେ ଛାନ୍‌ଭିନ୍‌ ଆରମ୍ଭ କରିଛି।

ମୃତଦେହ ପଡିଥିବାର ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଏହି ଘଟଣା ପ୍ରସାରିତ ହେବା ପରେ ଚାରିଆଡ଼େ ଚାଞ୍ଚଲ୍ୟ ଖେଳିଯାଇଛି। ଏହି ହତ୍ୟା କାରଣ ଏଯାଏଁ ସ୍ପଷ୍ଟ ହୋଇନାହିଁ।

ମୃତ ବ୍ୟକ୍ତି ଜଣକ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ଟୀକା ନାୟକ। ଗତକାଲି ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କରିଥିବାର ସନ୍ଦେହ କରାଯାଉଛି। ଘଟଣା ସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌ ଓ ବିଶୋଇ ଥାନା ପୋଲିସ ମୃତଦେହକୁ ଉଦ୍ଧାର କରିବା ସହ ଅନୁସନ୍ଧାନ ଚଳାଇ

Comment