ଓଡ଼ିଶାଲାଇଭ୍‌ ବ୍ୟୁରୋ

ମକର ସଂକ୍ରାନ୍ତି ପାଇଁ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ଜାନୁଆରି ୧୫ରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ, ସରକାରୀ ଅଫିସ୍‌ ବନ୍ଦ ରହିବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି।

ହିନ୍ଦୁ ସଂସ୍କୃତିରେ ମକର ସଂକ୍ରାନ୍ତିର ଅନେକ ମହତ୍ତ୍ୱ ରହିଛି। ଏହିଦିନ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହୁଏ। ଏହି ପର୍ବକୁ ଧୁମ୍‌ଧାମ୍‌ରେ ପାଳନ କରାଯାଇଥାଏ। ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରେ ବସବାସ କରୁଥିବା ଆଦିବାସୀ ସଂପ୍ରଦାୟ ଏହି ପର୍ବକୁ ପାଳନ କରିଥାନ୍ତି। ତେଲେଗୁ ସଂପ୍ରଦାୟ ମଧ୍ୟ ଏହି ପର୍ବକୁ ଆନନ୍ଦ ଉଲ୍ଲାସର ସହ ପାଳନ କରିଥାନ୍ତି।

ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜାନୁଆରି ୧୫କୁ ଛୁଟି ଘୋଷଣା କରିଛନ୍ତି।

Comment