ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ୭୨ତମ ଭାରତୀୟ ସେନା ଦିବସ। ୧୯୪୯ ମସିହା ଆଜିର ଦିନରେ ଭାରତୀୟ ସେନାର ପ୍ରଥମ କମାଣ୍ଡର ଚିଫ୍‌ ଏମ୍ କରିଅପ୍ପା ବିଧିବଦ୍ଧ ଭାବେ ଦାୟିତ୍ୱ ନେଇଥିଲେ। ସେବେଠାରୁ ଏହି ଦିନଟିକୁ ସେନା ଦିବସ ଭାବେ ପାଳନ କରାଯାଉଛି। ପ୍ରତିବର୍ଷ ଭଳି ଆଜିବ ସେନାର ସହିଦ ଯବାନଙ୍କ ବଳିଦାନକୁ ମନେ ପକାଇବା ସହିତ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି।

ଦେଶରୁ ସୁରକ୍ଷା, ପ୍ରାକୃତିକ ବିପର୍ଯ୍ୟୟ ବେଳେ ଦେଶ ପାଇଁ ସେନାର ଯୋଗଦାନ ଅତୁଳନୀୟ। ଏହି ଅବସରରେ ନୂଆଦିଲ୍ଲୀଠାରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।

କରିଅପ୍ପା ୧୯୪୭ ମସିହାରେ ପାକିସ୍ତାନ ବିରୁଦ୍ଧରେ ଯୁଦ୍ଧରେ ଅଦମ୍ୟ ସାହସ ଓ ଦମଦାର ନେତୃତ୍ୱର ପରିଚୟ ଦେଇଥିଲେ। ତାଙ୍କ ନେତୃତ୍ୱରେ ଭାରତ ଜୋଜିଲା, ଦ୍ରାସ ଓ କାରଗିଲରେ ପାକିସ୍ତାନୀ ସେନାଙ୍କୁ ହରାଇଥିଲା।

ଫିଲ୍ଡ ମାର୍ଶଲ କରିଅପ୍ପା ନିଜ ସେବା ସମୟରେ ଅନେକ କାରନାମା କରିଥିଲେ କିନ୍ତୁ ଭାରତୀୟ ସେନାରୁ ବର୍ଷ ୧୯୫୩ରେ ଅବସର ନେଇଥିଲେ ।

Comment