ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଉ ୫ ଦିନ ରାଜ୍ୟରେ ଲାଗି ରହିବ ଘନ କୁହୁଡ଼ି। ଦକ୍ଷିଣ-ପୂର୍ବ ଦିଗରୁ ପବନ ବହୁଛି। ସମୁଦ୍ରରୁ ଜଳୀୟବାଷ୍ପ ସ୍ଥଳଭାଗକୁ ଆସୁଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ହେଉଛି। ଆସନ୍ତା ୫ ଦିନ ଏହି ଘନ କୁହୁଡ଼ି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆଜି ତାଳଚେରରେ ରାଜ୍ୟର ସବୁଠୁ କମ୍‌ ସର୍ବନିମ୍ନ ତାପମାତ୍ରା ୯.୮ ଡିଗ୍ରୀ ରେକର୍ଡ ହୋଇଛି। ଅଧିକାଂଶ ସ୍ଥାନରେ ୧୫ ଡିଗ୍ରୀ ତଳେ ରହିଛି।

ଭୁବନେଶ୍ୱର, ଚାନ୍ଦବାଲି, ପରାଦୀପ, ଅନୁଗୁଳ ଆଦି ସ୍ଥାନରେ ୫୦ ମିଟର ଦୂରରୁ କିଛି ଦୃଶ୍ୟମାନ ହେଉନାହିଁ। ଏଭଳି ଘନ କୁହୁଡ଼ି ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏଥିପାଇଁ ରାଜ୍ୟର ବିଭିନ୍ନ ଜିଲ୍ଳାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପଟେ ୨୩ ତାରିଖରୁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।

Comment