ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଇଛନ୍ତି ଜେପି ନଡ୍ଡା। ପୂର୍ବରୁ ସେ କାର୍ଯ୍ୟକାରୀ ସଭାପତି ଥିଲେ ବର୍ତ୍ତମାନ ସେ ପୂର୍ଣ୍ଣକାଳୀନ ସଭାପତି ହୋଇଛନ୍ତି। ସଭାପତି ପାଇଁ ସେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହୋଇଛନ୍ତି।

ବିଜେପିର ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ରାଧାମୋହନ ସିଂହ ଜେପି ନଡ୍ଡାଙ୍କୁ ଅଧ୍ୟକ୍ଷ ଭାବେ ଘୋଷଣା କରିଛନ୍ତି। ଏହି ସମୟରେ ଅମିତ ଶାହଙ୍କ ସହ ବିଜେପିର ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ।

ଅଧ୍ୟକ୍ଷ ନିର୍ବାଚନ ପାଇଁ ଆଜି ୧୨ଟା ୩୦ରେ ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ସମୟ ଥିଲା। ଜେପି ନଡ୍ଡାଙ୍କୁ ଛାଡ଼ି ଦେଲେ ଅନ୍ୟ କୌଣସି ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରିନଥିଲେ। ସେଥିପାଇଁ ସେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହୋଇଥିଲେ।

Comment