ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆସନ୍ତା ୨୨ଓ ୨୩ରେ କଲବଲ କରିବ କୁହୁଡ଼ି। ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ଘନ କୁହୁଡ଼ି ଲାଗି ରହିବ ବୋଲି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖେର୍ଦ୍ଧା, କଟକ, ପୁରୀ, ନୟାଗଡ଼, ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଘନ କୁହୁଡ଼ି ଲାଗି ରହିବ।

ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିର ତାପମାତ୍ରା ସର୍ବନିମ୍ନ ରହିଛି। ମାଲକାନଗିରିରେ ୯ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସୁନ୍ଦରଗଡ଼ ୧୨ ଡିଗ୍ରୀ ସେଲସିୟସ୍‌, ଅନୁଗୁଳ ୧୩.୬, ଝାରସୁଗୁଡ଼ା ୧୪.୪ ଡିଗ୍ରୀ ରେକର୍ଡ କରାଯାଇଛି।

୨୩ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିବ। ଏହାସହ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ।

Comment