ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ। ଏହି ଅବସରରେ କଟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ଆସି ଶ୍ରଦ୍ଧା ସୁମନ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଓଡ଼ିଆ ବଜାରରେ ଥିବା ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ନବୀନ ପଟ୍ଟନାୟକ। ଏହାପରେ ସେ ମାତାମଠ ପାଖକୁ ଯାଇ ‘ବରଫି’ ଯୋଜନାର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।

ଅନ୍ୟପଟେ ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

୧୮୯୭ ମସିହା ଜାନୁଆରି ୨୩ ତାରିଖରେ କଟକ ସହରରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜନ୍ମ ଗ୍ରହଣ କରିଥିଲେ। ବ୍ରିଟିଶ ଶାସନ ବିରୋଧରେ ଲଢ଼େଇ କରି ନିଜ ଜୀବନକୁ ଉତ୍ସର୍ଗ କରିଥିଲେ ସେ।

Comment