ଓଡ଼ିଶାଲାଇଭ୍‌ ବ୍ୟୁରୋ

ଦିଲ୍ଲୀରେ ଶନିବାର ଏକ କୋଚିଂ ସେଣ୍ଟର ଛାତ ଭୁଶୁଡ଼ି ପଡ଼ିଛି। ଫଳରେ ୫ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି। ଏଭଳି ଘଟଣା ଦିଲ୍ଲୀର ଗୋକୁଲପୁର ଭଜନାପୁରା ଅଞ୍ଚଳରେ ହୋଇଛି। ଏଥିରେ ଏନେର ଛାତ୍ର ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଏକ କୋଚିଂ ସେଣ୍ଟର ଚାଲିଥିବା ବେଳେ ହଠାତ ଗଳି ପଡ଼ିଲା ଛାତ। ଏହି ଘଟଣା ସମୟରେ କିଛି ଛାତ୍ର ଛାତ ତଳେ ଚାପି ହୋଇଯାଇଥିଲେ। ଘଟଣାସ୍ଥଳରେ ଦମକଳ ବାହିନୀ ଓ ସ୍ଥାନୀୟ ଲୋକ ଛାତ୍ରମାନଙ୍କୁ ଉଦ୍ଧାର କରିଥିଲେ। ବର୍ତ୍ତମାନ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ବର୍ତ୍ତମାନ ପର୍ଯ୍ୟନ୍ତ ୧୩ ଜଣ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହାସହ ୩ ଜଣ ଛାତ୍ର ନିଖୋଜ ଅଛନ୍ତି ସେମାନଙ୍କୁ ଉଦ୍ଧାର କରିବା ପାଇଁ ଅଗ୍ନିଶମ ବାହିନୀ ଉଦ୍ୟମ ଜାରି ରଖିଛି।

Comment